28.1 C
Bhubaneswar
Friday, October 18, 2024
Homeଓଡିଶାନବରାତ୍ର ପାଇଁ ଚଳଚଞ୍ଚଳ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ପୀଠ

ନବରାତ୍ର ପାଇଁ ଚଳଚଞ୍ଚଳ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ପୀଠ

ଭୁୁବନେଶ୍ୱର: ଆଜିଠୁ ମାଆଙ୍କ ନବରାତ୍ର ପୂଜା। ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ମାଆଙ୍କ ପୀଠ। ନବରାତ୍ର ପାଇଁ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମାଆଙ୍କ ଦୁର୍ଗୋତ୍ସବର ସ୍ୱତନ୍ତ୍ରତା ହେଉଛି ରଥଯାତ୍ରା ପରମ୍ପରା । ଆଜିଠାରୁ ମାଆଙ୍କ ନବ ଦିନାତ୍ମକ ରଥଯାତ୍ରା ଆରମ୍ଭ ହେବାର ପରମ୍ପରା ରହିଛି । ଅପରାହ୍ନରେ ରଥ ପ୍ରତିଷ୍ଠା ହେବା ପରେ ମାଙ୍କ ଚଳନ୍ତି ପ୍ରତିମା ରଥ ଉପରକୁ ବିଜେ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥାନ୍ତି । ଏଭଳି ବିରଳ ପରମ୍ପରା ଅନ୍ୟ କୌଣସି ଠାରେ ଦେଖିବାକୁ ମିଳେ ନାହିଁ ।
ସେହିପରି ମାଙ୍କ ଷୋଡଶ ଉପଚାରରେ ପୂଜା ଜାରି ରହିଥିବା ବେଳେ ଏହି ନବରାତ୍ର ଅବସର ରେ ମାଙ୍କ ଗର୍ଭ ଗୃହକୁ ଯାଇ ଶ୍ରଦ୍ଧାଳୁଙ୍କୁ ପାଦ ଦର୍ଶନ ଓ ମୁଖ ଦର୍ଶନର ସୁଯୋଗ ମିଳିଥାଏ । ସେପଟେ ଦୈନିକ ଶାସନ ବ୍ରାହ୍ମଣ ମାନେ ପବିତ୍ର ବୈତରଣୀରୁ ଜଳ ଆଣି ମାଙ୍କୁ ସ୍ନାନ କରିଥାନ୍ତି। ମାଙ୍କ ଶୃଙ୍ଖଳିତ ଦର୍ଶନ, ନୀତିକାନ୍ତି ଏବଂ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଶେଷ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking