34.1 C
Bhubaneswar
Friday, September 20, 2024
Homeଦେଶ ବିଦେଶଫର୍ଣ୍ଣିଚର ସୋ’ ରୁମରେ ଭୟଙ୍କର ଅଗ୍ନିକାଣ୍ଡ

ଫର୍ଣ୍ଣିଚର ସୋ’ ରୁମରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ | ଦିଲ୍ଲୀର କୀର୍ତ୍ତି ନଗରରେ ଥିବା ଫର୍ଣ୍ଣିଚର ସୋ’ ରୁମରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନସାରେ, ଗତକାଲି ସନ୍ଧ୍ୟାରେ କୀର୍ତ୍ତି ନଗରରେ ଥିବା ଏକ ଫର୍ଣ୍ଣିଚର ସୋ’ ରୁମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇ ଚେଷ୍ଟା କରିଥିଲେ । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ପ୍ରାୟ ୧୭ଟି ଅଗ୍ନିଶମ ବାହିନୀ ମିଳିତ ଉଦ୍ୟମରେ ମଧ୍ୟ ନିଆଁକୁ ଆୟତ୍ତ କରିବା କାଠିକର ପାଠ ହୋଇପଡିଥିଲା । ତେବେ ଅଗ୍ନିକାଣ୍ଡରେ କୌଣସି ଜୀବନ ହାନୀ ହୋଇନଥିବା ବେଳେ ଲକ୍ଷାଧୀକ ଟଙ୍କାର ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଛି । ଅନ୍ୟପଟେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ସର୍ଟସର୍କିଟ କାରଣରୁ ନିଆଁ ଲାଗିଥିବା ନେଇ ଅନୁମାନ କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking