24.1 C
Bhubaneswar
Sunday, October 20, 2024
Homeଓଡିଶାଆଜି ଓଡିଶା ଛାଡିବେ ପ୍ରଫେସର ଗଣେଷୀଲାଲ; ୩୧ ରେ ଶପଥ ଗ୍ରହଣ କରିବେ ରାଜ୍ୟର ନୂଆ...

ଆଜି ଓଡିଶା ଛାଡିବେ ପ୍ରଫେସର ଗଣେଷୀଲାଲ; ୩୧ ରେ ଶପଥ ଗ୍ରହଣ କରିବେ ରାଜ୍ୟର ନୂଆ ରାଜ୍ୟପାଳ

ଭୁବନେଶ୍ବର: ଆଜି ଓଡିଶାରୁ ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ । ରାଜ୍ୟପାଳ ଭାବେ ଆଜି ହେଉଛି ତାଙ୍କର ଶେଷଦିନ। ମେ’ ୨୯ ତାରିଖ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ଭାବେ ଯୋଗଦେଇଥିଲେ ପ୍ରଫେସର ଗଣେଷୀଲାଲ। ତାଙ୍କ ପରେ ଓଡିଶାର ନୂଆ ରାଜ୍ୟପାଳ ଭାବେ ଯୋଗ ଦେବେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ସେ ଆସନ୍ତା ୨୯ ତାରିଖରେ ଓଡିଶା ଆସିବେ । ୩୧ ତାରିଖରେ ହାଇକୋର୍ଟ ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇବେ ।

ସେପଟେ ଓଡିଶା ଛାଡିବା ପୂର୍ବରୁ ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁରୁବାର ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ ।  ସାକ୍ଷାତ କରି ତାଙ୍କର ଦୀର୍ଘ ତଥା ନିରାମୟ ଜୀବନ କାମନା କରିଥିଲେ ମୁଖ୍ୟମନ୍ତ୍ରୀ ।

ସେହିପରି ଗତକାଲି ରାଜଭବନ କର୍ମଚାରୀମାନେ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ସମସ୍ତ କର୍ମଚାରୀ ରାଜ୍ୟପାଳଙ୍କ ବ୍ୟବହାର ତଥା ଶାସନ ପ୍ରଣାଳୀକୁ ବେଶ ପ୍ରଶଂସା କରିଥିଲେ। ଆଜି କେତେକ ବିଶିଷ୍ଠ ବ୍ୟକ୍ତି ରାଜ୍ୟପାଳଙ୍କୁ ସାକ୍ଷାତ କରି ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking