32.1 C
Bhubaneswar
Friday, October 18, 2024
Homeଦେଶ ବିଦେଶଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ

ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ। ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ଗୃହ। ଅଧିବେଶନରେ ୨୧ଟି ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ସେଥିମଧ୍ୟରୁ ୧୯ଟି ବିଧେୟକ ଓ ୨ଟି ବିତ୍ତୀୟ ଚିଠା ରହିଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି । ବିଧାନସଭା ଗଣତିର ପ୍ରଭାବ ଏଥର ଶୀତକାଳୀନ ଅଧିବେଶନ ଉପରେ ପଡିବ। ସଂସଦର ଶୀତ ଅଧିବେଶନରେ ଗୁରୁତ୍ବପୂର୍ଣ୍ଣ ବିଲ୍ ଉପରେ ହେବ ଆଲୋଚନା । ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟର ସ୍ଥାନ ନେଇପାରେ ନୂତନ ବିଧେୟକ । ସେହିପରି ଦେଶର ମୁଖ୍ୟ ନିର୍ବାଚନ କମିଶନର ଏବଂ ଅନ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ନେଇ ମଧ୍ୟ ବିଲ୍ ଅଟକି ରହିଛି । ମୌସୁମୀ ଅଧିବେଶନରେ ଏହି ବିଲ୍ ଆଗତ ହୋଇଥିଲା । ଆଜି ପ୍ରଥମ ଦିନରେ ଟିଏମସି ସାଂସଦ ମହୁଆ ମୈତ୍ରଙ୍କ ବିରୋଧରେ ଏଥିକ୍ସ କମିଟି ଦେଇଥିବା ରିପୋର୍ଟ ଉପସ୍ଥାପନ ହେବ । ଏହାକୁ ନେଇ ଗୃହ ସରଗରମ ହୋଇପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking