17.1 C
Bhubaneswar
Monday, November 25, 2024
Homeଓଡିଶାଜାଡ଼ରେ ଥରୁଛି ଓଡ଼ିଶା

ଜାଡ଼ରେ ଥରୁଛି ଓଡ଼ିଶା

ଭୁବନେଶ୍ୱର: ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା । ପାଣିପାଗ ବିଭାଗର ସୂଚନା ଅନୁସାରେ ୬.୫ ଡିଗ୍ରୀ ସହ ଜି. ଉଦୟଗିରି ସବୁଠୁ ଥଣ୍ଡା ସହର ରହିଛି । ସେହିପରି ୧୦ ଡିଗ୍ରୀ ତଳେ ରହିଛି ୧୦ ସହରର ତାପମାତ୍ରା । କିରେଇ ୭, ଫୁଲବାଣୀ ୮.୫, କୋରାପୁଟ ୮.୭, କେନ୍ଦୁଝର ୮.୮ ଡିଗ୍ରୀ, ସୁନ୍ଦରଗଡ଼ ୯, ଝାରସୁଗୁଡ଼ା ୯.୨, ଦାରିଙ୍ଗବାଡ଼ି ୯.୫ ଡିଗ୍ରୀ, ଅନୁଗୁଳ ଓ ରାଉରକେଲା ତାପମାତ୍ରା ୯.୬ ଡିଗ୍ରୀ ସହ କଟକ ୧୩.୫ ଓ ଭୁବନେଶ୍ୱର ରାତ୍ରି ତାପମାତ୍ରା ୧୩.୮ ଡିଗ୍ରୀ ରହିଛି । ଆଗାମୀ ୪ ରୁ ୫ଦିନ ଯାଏଁ ପାଗ ଶୁଖିଲା ପାଗ ସହ ରାତ୍ରିକାଳୀନ ସର୍ବନିମ୍ନ ତାପମାତ୍ରାରେ ମଧ୍ୟ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିସହିତ କିଛି ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ରହିଛି । ତେବେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେଉଛି । ଆଗାମୀ ୪ରୁ ୫ ଦିନ ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । କନ୍ଧମାଳ ଜିଲ୍ଲାରେ ଶୀତ କିଛିଟା ଅଧିକ ଅନୁଭବ ହେଉଛି । ଜିଲ୍ଲାରେ ସର୍ବନିମ୍ନ ତାପମାତ୍ର ୧୦ ଡିଗ୍ରୀ ତଳେ ରହିଛି । ପ୍ରବଳ ଶୀତ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହେଲେଣି । ସେହିପରି ମୟୂରଭଞ୍ଜର ଉଦଳାରେ ମଧ୍ୟ ପ୍ରବଳ ଶୀତ ଅନୁଭୂତ ହେଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking