28.1 C
Bhubaneswar
Thursday, September 19, 2024
Homeଅପରାଧନୂଆ ବର୍ଷ ପୂର୍ବରୁ ରାଜଧାନୀରେ ଫୁଟିଲା ଗୁଳି; କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳକୁ ଏନକାଉଣ୍ଟର

ନୂଆ ବର୍ଷ ପୂର୍ବରୁ ରାଜଧାନୀରେ ଫୁଟିଲା ଗୁଳି; କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳକୁ ଏନକାଉଣ୍ଟର

ଭୁବନେଶ୍ୱର : ନୂଆ ବର୍ଷ ପୂର୍ବରୁ ରାଜଧାନୀରେ ଫୁଟିଲା ଗୁଳି। କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳକୁ ଏନକାଉଣ୍ଟର କରିଛି ଭୁବନେଶ୍ୱର କମିଶନରେଟ୍ ପୁଲିସ । ରଘୁ ନାମରେ ୧୫ଟି ଥାନାରେ ଡକାୟତି ସହ ରାହାଜାନୀ ମାମଲା ରହିଛି। ସେଥି ମଧ୍ୟରୁ ୮ଟି ବନ୍ଧୁକ ଜନିତ ମାମଲା ଅଛି । କୁଖ୍ୟାତ ରବି ରାଓ ଗ୍ୟାଙ୍ଗର ସଦସ୍ୟ ହେଉଛି ରଘୁ । ବୁଧବାର ବିଳମ୍ବିତ ରାତିରେ ମଞ୍ଚେଶ୍ୱର ଥାନା ପୁଲିସ ଓ ସ୍ପେଶାଲ୍ ସ୍କ୍ୱାର୍ଡ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ ରଘୁ ଓ ତାର ଜଣେ ସହଯୋଗୀ ପୁନିଆ ନାୟକ ସହ ସନ୍ଦେହଜନକ ଅବସ୍ଥାରେ ବୁଲୁଥିଲେ । ପୁଲିସ ସେମାନଙ୍କୁ ପିଛା କରି ଅଟକାଇବାକୁ ଚେଷ୍ଟା କରୁଥିବା ବେଳେ ସେମାନେ ପୁଲିସ ଉପରକୁ ଗୁଳିମାଡ କରିଥିଲେ ।ପୁଲିସର ପାଲଟା ଗୁଳମାଡରେ ରଘୁ ବିଶ୍ୱାଳ ଆହତ ହୋଇଥିଲା । ତା’ର ବାମ ଗୋଡରେ ଗୁଳି ବାଜିଛି । ଆହତ ଅବସ୍ଥାରେ ରଘୁକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking