କଳାହାଣ୍ଡି : ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ । ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନାମରେ ହେଲା ନାମିତ । ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ । ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ ଯେ ସମୁଦାୟ ୫୦ଟି କଲେଜକୁ ନେଇ ତା.୦୧.୦୯.୨୦୨୦ ରିଖରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଗତ ନଭେମ୍ବର ପହିଲାରେ କଳାହାଣ୍ଡି ଗସ୍ତ ସମୟରେ ଏହି ବିଶ୍ୱବିଦ୍ୟାଳୟର ନାମକୁ ମା’ ମାଣିକେଶ୍ୱରୀଙ୍କ ନାମରେ ନାମିତ କରବା ପାଇଁ ଘୋଷଣା କରିଥିଲେ ।