30.1 C
Bhubaneswar
Monday, October 28, 2024
Homeଓଡିଶାଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଘନ କୁହୁଡ଼ି

ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଘନ କୁହୁଡ଼ି

ଭୁବନେଶ୍ୱର : ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ରହିବ ଘନ କୁହୁଡ଼ି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର କିଛି ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟତ ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ସୃଷ୍ଟି ହୋଇଛି । ତେବେ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ୨୨ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, କଟକ, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ସେହିଭଳି ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖା ଦେଇପାରେ । ୨୩ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର ଓ କଳାହାଣ୍ଡିର କିଛି ସ୍ଥାନରେ ସକାଳୁ ଘନ କୁହୁଡ଼ି ରହିବ । ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି କୁହୁଡ଼ି ପ୍ରଭାବ ରହିପାରେ ।ସେହିଭଳି ୨୫ ତାରିଖ ଯାଏ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ଭିନ୍ନ ଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା ଅଛି । ତେବେ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking