29.1 C
Bhubaneswar
Saturday, September 21, 2024
Homeଓଡିଶାମୟୁରଭଞ୍ଜ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୟୁରଭଞ୍ଜ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking