34.1 C
Bhubaneswar
Friday, October 18, 2024
Homeଓଡିଶାସାତକଡ଼ି ହୋତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ସାତକଡ଼ି ହୋତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ସାତକଡ଼ି ହୋତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ଓଡ଼ିଆ ସାରସ୍ୱତ ଜଗତକୁ ତାଙ୍କ ଅବଦାନ ଅତୁଳନୀୟ ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କର ଆଜି ପରଲୋକ ହୋଇଯାଇଛି। ଭୁବନେଶ୍ୱରରେ ୯୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ। ସେହିପରି ଦୈନିକ ଖବରକାଗଜ ‘ସମୟ’ର ସେ ଥିଲେ ମୁଖ୍ୟ ସଂପାଦକ। ଭାରତୀୟ ରେଳସେବାରୁ ସେ ଅବସର ନେଇଥିଲେ।

ଗଳ୍ପ, ଉପନ୍ୟାସ, କବିତା, ଅନୁବାଦ ଆଦି ସାହିତ୍ୟର ବିଭିନ୍ନ କ୍ଷେତ୍ରରେ ସେ ଲେଖନୀ ଚାଳନା କରିଥିଲେ। ସାତକଡ଼ିଙ୍କର ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶ ପାଇଥିଲା। କବିତାରୁ ସେ ନିଜ ସାହିତ୍ୟ ସର୍ଜନା ଆରମ୍ଭ କରିଥିଲେ। ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ‘ବ୍ୟାକୁଳ ହୃଦୟ’ ଓ ୧୯୭୧ରେ ପ୍ରଥମ ଗପ ପ୍ରକାଶ ପାଇଥିଲା। ୧୯୮୭ରେ ଉପନ୍ୟାସ ଅଶାନ୍ତ ଅରଣ୍ୟ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ମୁକ୍ତିମନ୍ତ୍ରୀ ଓ ଜନନୀ ଜନ୍ମଭୂମୀ ଗଳ୍ପ ସଙ୍କଳନ ପାଇଁ ୨୦୦୪ରେ ସେ ସମ୍ମାନ ଜନକ ଶାରଳା ପୁରସ୍କାର ପାଇଥିଲେ। ଏହା ବ୍ୟତୀତ ସାହିତ୍ୟ ଭାରତୀ ସମ୍ମାନ ଓ ଉତ୍କଳ ସାହିତ୍ୟ ସମାଜ ଉପନ୍ୟାସ ସମ୍ମାନ ଭଳି ଅନେକ ସମ୍ମାନ ସେ ପାଇଥିଲେ। ୧୯୮୫ ମସିହାରେ ଭୁବନେଶ୍ୱର ପୁସ୍ତକ ମେଳା ଆରମ୍ଭ କରିବାରେ ସେ ଥିଲେ ଅନ୍ୟତମ ଉଦ୍ୟୋକ୍ତା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking