34.1 C
Bhubaneswar
Friday, September 20, 2024
Homeଓଡିଶାଆଜିର ସୁବିଚାର

ଆଜିର ସୁବିଚାର

ସମୁଦ୍ରରେ ଯେତେବି ଚିନି ମିଶାଅ ତାହା କେବେ ମିଠା ହୋଇଯିବ ନାହିଁ।ଠିକ୍ ସେହିପରି ସ୍ବାର୍ଥପର ଲୋକଙ୍କୁ ତୁମେ ଯେତେ ଆଦର କଲେ ବି ସିଏ କେବେ ନିଜର ହୋଇଯିବ ନାହିଁ।

ଜୀବନରେ ସୁଖ ଶାନ୍ତି ରେ ରହିବାକୁ ହେଲେ ଦୁଇଟି ଶକ୍ତିର ନିହାତି ଆବଶ୍ଯକ…ଗୋଟିଏ ହେଲା ସହିବା ଶକ୍ତି ଓ ଅନ୍ୟଟି ହେଲା ବୁଝିବା ଶକ୍ତି।ଏହାକୁ ଯିଏ ପାଇଛି ସେ ସୁଖ ଶାନ୍ତି ରେ ରହିଛି।*

ମଣିଷ ସର୍ବଦା ନିଜର କର୍ମ ଅପେକ୍ଷା ନିଜର କାଳ୍ପନିକ ଭାବନାକୁ ଅଧ୍ବକ ପସନ୍ଦ କରିଥାଏ,କିନ୍ତୁ କାଳ୍ପନିକ ଭାବନାରେ ବିଭୋର ହୋଇଯିବା ଭଲ ନୁହେଁ କାହିଁକି ନା, ଭାବପ୍ରବଣତା ହିଁ ସଦା ସର୍ବଦା ବିପଦକୁ ଡାକି ଆଣିଥାଏ।

ଜୀବନର ପ୍ରତ୍ୟେକ ମୁହୂର୍ତ୍ତକୁ ଖୁସିରେ ବଞ୍ଚିବାକୁ ଚେଷ୍ଟା କରନ୍ତୁ,କାହିଁକି ନା ପ୍ରତିଦିନ ସନ୍ଧ୍ୟାରେ କେବଳ ସୂର୍ଯ୍ୟ ଅସ୍ତ ହୁଅନ୍ତି ନାହିଁ ବରଂ ସମସ୍ତଙ୍କ ଜୀବନର ବହୁମୂଲ୍ୟ ଦିନଟିଏ ବି ଶେଷ ହୋଇଥାଏ।
.
ଅତୀତକୁ କେବେବି ବର୍ତ୍ତମାନକୁ ଆଣିବାକୁ ଦିଅନ୍ତୁନାହିଁ ….*

କାରଣ

*ଏଇ ଅତୀତ ଯେତେବେଳେ ବର୍ତ୍ତମାନକୁ ଆସିଯାଏ, ସେ ବର୍ତ୍ତମାନ ସହିତ ଭବିଷ୍ୟତକୁ ବି ନଷ୍ଟ କରିଦେଇ ଥାଏ….

ଅଦ୍ୟ ଫେବୃଆରୀ ମାସ ୧୪ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାଘମାସ- ଶୁକ୍ଳପକ୍ଷ
ତିଥି- ପଞ୍ଚମୀ ଦିବା ଘ ୧୨/୨୯ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ
ନକ୍ଷତ୍ର- ରେବତୀ ଦିବା ଘ୧୧/୩୬ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଵିନୀ
ଚନ୍ଦ୍ର- ମୀନ ଦିବା ଘ୧୧/୩୬ ପର୍ଯ୍ୟନ୍ତ ତଦନ୍ତେ ମେଷ
ଯୋଗ- ଶୁଭ
କରଣ – ବାଳବ
ସୌରମାସ- କୁମ୍ଭ ୦୨ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୦/୩୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୨/୨୯
*✧═════•❁❀
ଯୋଗିନୀ ଦକ୍ଷିଣେ ଦିବା ଘ୧୨/୨୯ ଗତେ ପଶ୍ଚିମେ
ମେଷ ରାଶିର ଘାତଚନ୍ଦ୍ର
ପଞ୍ଚମୀ ର ଏକୋଦିଷ୍ଟ ଓ ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କର୍କଟ ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୯/୦୭ ଗତେ ଘ୧୦/୩୩ ମଧ୍ୟେ
ବାରବେଳା – ଦିବା ଘ୧୧/୫୮ ଗତେ ଘ୦୧/୨୪ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୫୪ ମଧ୍ୟେ ଓ ଘ୦୧/୨୫ ଗତେ ଘ୦୨/୧୯ ମଧ୍ୟେ ଓ ଘ୦୬/୩୦ ଗତେ ଘ୦୮/୫୩ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୪୨ ଗତେ ଘ୦୫/୪୩ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବେଲ ଦିବା ଘ୧୨/୨୯ ଗତେ ନିମ୍ବ ଭକ୍ଷଣ ନିଷେଧ
═✧══•❁❀❁•═════✧
✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।
✧═════•❁❀❁•═════✧
ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।
✧═════•❁❀❁•═════✧
ମିଥୁନ: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।
✧═════•❁❀❁•═════✧
କର୍କଟ: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
✧═════•❁❀❁•═════✧
ସିଂହ: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।
✧═════•❁❀❁•═════✧
କନ୍ୟା: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।
✧═════•❁❀❁•═════✧
ତୁଳା: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।
✧═════•❁❀❁•═════✧
ବିଛା: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।
✧═════•❁❀❁•═════✧
ଧନୁ: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।
✧═════•❁❀❁•═════✧
ମକର: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।
✧═════•❁❀❁•═════✧
କୁମ୍ଭ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।
✧═════•❁❀❁•═════✧
ମୀନ: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking