26.1 C
Bhubaneswar
Saturday, March 15, 2025
Homeଓଡିଶା୬୬୦ କୋଟି ଟଙ୍କାର କ୍ରୀଡ଼ା ଭିତ୍ତିଭୂମି ଉଦଘାଟିତ; ଯୋଡ଼ି ଗଲା ଆଉ ଏକ ଅଧ୍ୟାୟ :...

୬୬୦ କୋଟି ଟଙ୍କାର କ୍ରୀଡ଼ା ଭିତ୍ତିଭୂମି ଉଦଘାଟିତ; ଯୋଡ଼ି ଗଲା ଆଉ ଏକ ଅଧ୍ୟାୟ : ମୁଖ୍ୟମନ୍ତ୍ରୀ

– ରାଜ୍ୟରେ ୪୮ ଇନଡୋର ଷ୍ଟାଡିୟମ, ୧୨ ହକି ପ୍ରଶିକ୍ଷଣ କେନ୍ଦ୍ର ଲୋକାର୍ପିତ
ଭୁବନେଶ୍ୱର : କ୍ରୀଡ଼ା କ୍ଷେତ୍ରକୁ ସର୍ବଦା ଗୁରୁତ୍ୱ ଦେଇ ଆସିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୬୦ କୋଟି ଟଙ୍କାର କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କରି ଆଉ ଏକ ଅଧ୍ୟାୟ ଯୋଡ଼ି ଯୋଡ଼ିଛନ୍ତି । ଶୁକ୍ରବାର ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ କହିଛନ୍ତି ଯେ, ରାଜ୍ୟ କ୍ରୀଡ଼ା ଇତିହାସ ସୃଷ୍ଟି ହୋଇଛି । ରାଜ୍ୟରେ ୪୮ଟି ଇନଡୋର ଷ୍ଟାଡିୟମ ଓ ୧୨ଟି ହକି ପ୍ରଶିକ୍ଷଣ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି । ୬୬୦ କୋଟି ଟଙ୍କା ବ୍ୟୟ ଅଟକଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଛି ଏହି କ୍ରୀଡା ଭିତ୍ତିଭୂମି । ଏଥିରେ ବିଶ୍ୱର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ଅନ୍ତର୍ଭୁକ୍ତ ରହିଛି । ଏହାସହ ସୁନ୍ଦରଗଡ଼ ଜିଲ୍ଲାର ୧୦ଟି ସ୍ଥାନରେ ନିର୍ମିତ ହକି ପ୍ରଶିକ୍ଷଣ କେନ୍ଦ୍ର ଓ ବୀରମିତ୍ରପୁରରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଉଦଘାଟିତ ହୋଇଛି ।

ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ରାଉରକେଲା ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ । ଏଥିରେ ଟେବୁଲ୍ ଟେନିସ, ଜିମ, ୱୈଟ ଲିଫଟିଂ, ଯୋଗ କକ୍ଷ, ବ୍ୟାୟମଶାଳା, ଜିମ୍ନାଷ୍ଟିକ ଉପକରଣ ଓ ଅତ୍ୟାଧୁନିକ ଶୌଚାଳୟ ସୁବିଧା ରହିଛି । ଉକ୍ତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ହୋଇଛି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ । ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, କଟକ ଟେବୁଲ ଟେନିସ ଏକାଡେମୀ, ରାଉରକେଲା ଜିମ୍ନାଷ୍ଟିକ ଏକାଡେମୀ, ଭବାନୀପାଟଣା ବହୁମୁଖୀ ଇନଡୋର ହଲର ଉଦଘାଟନ ସହ ଦେବଗଡ଼ରେ ହକି ପ୍ରଶିକ୍ଷଣ କେନ୍ଦ୍ର, କେନ୍ଦ୍ରାପଡ଼ା ଜିଲ୍ଲା ଆଳିରେ ମହିଳା ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ର, ରେମୁଣା, ବାଲିଗୁଡ଼ା, କରଞ୍ଜିଆ ଓ ଟିଟିଲାଗଡ଼ରେ ବହୁମୁଖୀ ଇନଡୋର ଷ୍ଟାଡିୟମ, ଭଦ୍ରକରେ ଇନଡୋର ସୁଇମିଂ ପୁଲ୍ ଓ କଟକରେ ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟ କ୍ରୀଡ଼ା କ୍ଷେତ୍ରରେ ଆଉ ଏକ ଇତିହାସ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking