ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ଓଡ଼ିଶା ଆସିବେ । ଆସନ୍ତା ମାର୍ଚ୍ଚ ୫ ତାରିଖରେ ମୋଦୀ ପୁଣି ଓଡ଼ିଶା ଆସିବେ । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ବିଷୟରେ ସହ-ପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବ୍ରୁଆରୀ ୩ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଅବସରରେ ସେ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଉଦ୍ଘାଟନ କରିବା ସହ ରେମେଡ ପଡ଼ିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ ।