28.1 C
Bhubaneswar
Friday, October 18, 2024
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା : ୧୪ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧୪ ମୃତ

ଭୋପାଳ : ମଧ୍ୟପ୍ରଦେଶ ଡିଣ୍ଡୋରି ଜିଲ୍ଲାର ବାଡଝାଜାରୀ ଘାଟରେ ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ । ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଚିକିତ୍ସା ନିମନ୍ତେ ସ୍ଥାନୀୟ ଶାହପୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ । ଏହି ଘଟଣାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି । ସ୍ଥାନୀୟ ଜଣେ ପୋଲିସ ଅଧିକାରୀ କହିଛନ୍ତି, ”ଦୁର୍ଘଟଣା ଜିଲ୍ଲାର ଶାହାପୁରା ପୋଲିସ ଷ୍ଟେସନ ଅଞ୍ଚଳରେ ଘଟିଥିଲା । ଏକ ଗୋଦଭରାଇ କାର୍ୟ୍ୟକ୍ରମରେ ସାମିଲ ହୋଇ ପିକଅପ ଭ୍ୟାନରେ ବସିଥିବା ଯାତ୍ରୀ ଫେରୁଥିବା ବେଳେ ଗାଡିଟି ହଠାତ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ନିମିଷକ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ସମ୍ପର୍କରେ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ସଙ୍ଗେ ସଙ୍ଗେ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ । ମୃତଦେହକୁ ପୋଷ୍ଟମର୍ଟମ ପାଇଁ ହସ୍ପିଟାଲ ପଠାଇ ଦିଆଯାଇଛି । ଘଟଣାରେ ଅଧିକ ତଦନ୍ତ ଜାରି ରହିଛି । ଆହତ ମାନେ ଶାହପୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି ।”

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking