29.1 C
Bhubaneswar
Saturday, September 21, 2024
Homeଓଡିଶାବିଭିନ୍ନ ବିଭାଗରେ ୧୨୯୪ଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ବିଭିନ୍ନ ବିଭାଗରେ ୧୨୯୪ଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି । ଏହାସହ ନବନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ଗୃହବିଭାଗରେ ଏହି ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତିପର୍ବରେ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟକର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ ଜଣ ଉପଖଣ୍ଡ ଆର୍ôଥକ ସେବା ଓ ସଞ୍ଚୟ ଅଧିକାରୀ ନିଯୁକ୍ତି ପାଇଛନ୍ତି ।

ଅର୍ଥ ବିଭାଗରେ ମୋଟ୍ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇଛନ୍ତି । ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ ଜଣ କନିଷ୍ଠ କିରାଣି ଓ ୮ ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇଛନ୍ତି । ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇଛନ୍ତି । କ୍ରୀଡ଼ାକ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ କ୍ରୀଡ଼ା ବିଭାଗରେ ୧୬୦ ଜଣ କୃତୀ କ୍ରୀଡ଼ାବିତ୍‌ଙ୍କୁ ନିଯୁକ୍ତି ଦିଆଯାଇଛି । ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking