28.1 C
Bhubaneswar
Sunday, September 22, 2024
Homeଓଡିଶାବନକଲାଗି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବନକଲାଗି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି କରାଯାଉଛି । ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ ହେବ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଇଛି । ମହାପ୍ରଭୁଙ୍କ ବନକଲାଗି ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୩ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଚଳିତ ମାସ ତା ୧୩.୩.୨୦୨୪ରିଖ ବୁଧବାର ଫାଲଗୁଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking