22.1 C
Bhubaneswar
Wednesday, January 22, 2025
Homeଓଡିଶାଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ

ଭୁବନେଶ୍ୱର: ସରିଲା ପ୍ରତୀକ୍ଷା । ବାଜିଲା ୨୦୨୪ ନିର୍ବାଚନ ବିଗୁଲ । ନେତା ଓ ଭୋଟର ଯେଉଁ ତାରିଖକୁ ଦୀର୍ଘଦିନ ହେଲା ଅପେକ୍ଷା କରି ବସିଥିଲେ ତାହା ଏବେ ସାମନାକୁ ଆସିଛି । ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ) ।
– ମେ ୧୩ରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ
– ମେ ୨୦ରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ
– ମେ ୨୫ ତୃତୀୟ ପର୍ଯ୍ୟାୟ ନିର୍ବାଚନ
– ଜୁନ୍ ୧ରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍
– ଜୁନ୍ ୪ରେ ଓଡ଼ିଶାରେ ହେବ ଭୋଟ୍ ଗଣତି
ଏହି ଅବସରରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର କହିଛନ୍ତି ଯେ ଦେଶରେ ମୋଟ ୯୭ କୋଟି ପଞ୍ଜିକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ ରହିଛି । ଭୋଟ ଗ୍ରହଣ ପାଇଁ ଦେଢ କୋଟି ପୋଲିଂ ଅଫିସର ପ୍ରସ୍ତୁତ ହୋଇ ରହିଛନ୍ତି । ଭୋଟ ଗ୍ରହଣ ପାଇଁ ୫୫ଲକ୍ଷ ଇଭିଏମ ପ୍ରସ୍ତୁତ ହୋଇ ରହିଛି । ୧୮ରୁ ୨୯ ବର୍ଷର ବର୍ଗର ଭୋଟରଙ୍କ ସଂଖ୍ୟା ୨୧ କୋଟି ରହିଛି । ୮୫ ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ସଂଖ୍ୟା ୮ ୨ଲକ୍ଷ । ୧୦୦ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ସଂଖ୍ୟା ୨ ଲକ୍ଷ ୧୮ ହଜାର। ଦେଶରେ ୪୯.୭ କୋଟି ପୁରୁଷ ଓ ୪୭.୧ କୋଟି ମହିଳା ଭୋଟର ରହିଛନ୍ତି । ପ୍ରଥମ ଥର ପାଇଁ ୧କୋଟି ୮୨ ଲକ୍ଷ ନୂଆଭୋଟର ଭୋଟ ଦେବେ ବୋଲି ରାଜୀବ କୁମାର ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking