18.1 C
Bhubaneswar
Saturday, November 16, 2024
Homeଓଡିଶାଆସନ୍ତା  ୬ରେ ଓଡ଼ିଶା ଆସିବେ ମୋଦୀ

ଆସନ୍ତା  ୬ରେ ଓଡ଼ିଶା ଆସିବେ ମୋଦୀ

ଭୁବନେଶ୍ବର: ଆସନ୍ତା ୬ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସିବେ। ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରିବେ । ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବେ । ସୂଚନା ଦେଲେ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର । ପ୍ରଥମ ପର୍ଯ୍ୟାୟରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁରରେ ମେ ୧୩ତାରିଖରେ ମତଦାନ ହେବାକୁ ଥିବାବେଳେ ୧୧ତାରିଖରେ ପ୍ରଚାର ଶେଷ ହେବ। ତେଣୁ ଶେଷ ମୁହୂର୍ତ୍ତରେ ମୋଦୀଙ୍କୁ ପ୍ରଚାର ମଇଦାନକୁ ଓହ୍ଲାଇବାକୁ ଦଳ ନିଷ୍ପତ୍ତି ନେଇଛି। ଏହି କାର୍ଯ୍ୟକ୍ରମରେ ୪ଟି ଯାକ ଲୋକସଭା ଆସନର ପ୍ରାର୍ଥୀ ରହିବେ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ସଂସଦୀୟ କ୍ଷେତ୍ର ଅଧୀନସ୍ଥ ୨୧ଟି ଯାକ ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ମଞ୍ଚରେ ରହିବେ ବୋଲି ଜଣାପଡ଼ିଛି।

ପ୍ରାୟ ୧ଲକ୍ଷ ଲୋକଙ୍କୁ ନେଇ ବିଶାଳ ସମାବେଶ କରିବାକୁ ଦଳ ପକ୍ଷରୁ ପ୍ରସ୍ତୁତି ହୋଇଛି। ନିର୍ବାଚନ ଘୋଷଣା ହେବା ପରେ ମୋଦୀଙ୍କର ଓଡ଼ିଶାରେ ଏହା ପ୍ରଥମ କାର୍ଯ୍ୟକ୍ରମ ହୋଇଥିବାରୁ ଏଠାରେ ମୋଦୀ କେଉଁଭଳି ପ୍ରଚାର କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି। ନିକଟରେ ଏକ ଟିଭି ସାକ୍ଷାତକାରରେ ମୋଦୀ ରାଜ୍ୟ ସରକାରଙ୍କୁ ଶାଣିତ ଆକ୍ରମଣ କରିବା ସହ ଓଡ଼ିଶାରେ ବିଜେପି ସରକାର ଗଢ଼ିବାକୁ ସୁଯୋଗ ଦେବାକୁ କହିଥି‌େଲ। ତେଣୁ ନବରଙ୍ଗପୁରରେ ମୋଦୀ ସେହି ଶାଣିତ ଆକ୍ରମଣ ଜାରି ରଖୁଛନ୍ତି ନା ଆହୁରି ଆକ୍ରମଣାତ୍ମକ ପ୍ରଚାର କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking