30.1 C
Bhubaneswar
Saturday, September 21, 2024
Homeଓଡିଶାଆଇଏଏସ୍ ସୁଜାତାଙ୍କୁ ଅର୍ଥ ବିଭାଗକୁ ବଦଳି, ମିଶନଶକ୍ତି ବିଭାଗ ଦାୟିତ୍ୱରେ ଶାଳିନୀ ପଣ୍ଡିତ

ଆଇଏଏସ୍ ସୁଜାତାଙ୍କୁ ଅର୍ଥ ବିଭାଗକୁ ବଦଳି, ମିଶନଶକ୍ତି ବିଭାଗ ଦାୟିତ୍ୱରେ ଶାଳିନୀ ପଣ୍ଡିତ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଭି.କେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କୁ ବଦଳି କରିଛନ୍ତି । ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା ଆର କାର୍ତ୍ତିକେୟନଙ୍କୁ ମିଶନ ଶକ୍ତି ସଚିବ ପଦରୁ ହଟାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସୁଜାତା ନିଜର ପଦ ଓ କ୍ଷମତାର ଦୁରୂପଯୋଗ କରି ବିଜେଡିର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି ବୋଲି ବିଜେପି ଗତକାଲି ଅଭିଯୋଗ କରିଥିଲା ।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୦୦ ବ୍ୟାଚ୍ ଆଇଏଏସ୍ ତଥା ମିଶନ ଶକ୍ତି ବିଭାଗର ସଚିବ ତଥା କମିଶନର ସୁଜାତା କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା କମିଶନର ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀମତୀ ପଣ୍ଡିତ ମଧ୍ୟ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଦାୟିତ୍ୱ ତୁଲାଇବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking