20.1 C
Bhubaneswar
Wednesday, January 8, 2025
Homeଓଡିଶାରାଜ୍ୟର କିଛି ସ୍ଥାନରେ ବର୍ଷା ସହ ଘଡଘଡି ସମ୍ଭାବନା

ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪୮ଘଣ୍ଟା ଅର୍ଥାତ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଘଡଘଡି, ପବନ ସହ ବର୍ଷା ସମ୍ଭାବନା ରହିଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ମିଳିଥିବା ସୂଚନା ଅନୁସାରେ ୧୬ ତାରିଖ ଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବା ସହିତ ଦିନ ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି । ତେବେ ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍ ୱେଭ ସ୍ଥିତି ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଦୁର୍ବଳ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି । ଫଳରେ ମେ ୧୯ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ନିକୋବର ଦ୍ୱୀପପୁଞ୍ଜ ଛୁଇଁବ । ତେବେ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଯାଇ ଏହା ଓଡ଼ିଶାରେ କେବେ ପ୍ରବେଶ କରିବ ତାହା ସ୍ପଷ୍ଟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିପରି ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ୬୪ ମିଲିମିଟର ବର୍ଷା ଢେଙ୍କାନାଳରେ ରେକର୍ଡ ହୋଇଛି । ୪ ଦିନ ପରେ ବର୍ଷାର ପରିମାଣ କମି ପାଗ ଶୁଖିଲା ରହିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking