20.1 C
Bhubaneswar
Monday, November 18, 2024
Homeଓଡିଶାବିଜୁଳି ନେଇ ଦିନରେ ଲଣ୍ଠନ ଦେଖାଉଛି ବିଜେପି : ପାଣ୍ଡିଆନ

ବିଜୁଳି ନେଇ ଦିନରେ ଲଣ୍ଠନ ଦେଖାଉଛି ବିଜେପି : ପାଣ୍ଡିଆନ

କରଞ୍ଜିଆରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

• ଠାକୁରମୁଣ୍ଡା-କରଞ୍ଜିଆ ସହିତ ମୋର ସମ୍ପର୍କ ବହୁତ ପୁରୁଣା

• ୨୦ ବର୍ଷ ତଳେ ମୁଁ ଏଠାରେ କଲେକ୍ଟର ଥିଲି, ସେତେବେଳେ ଏଠାରେ ଭଲ ରାସ୍ତା ନଥିଲା, ଜଙ୍ଗଲ ଭିତରେ ଲୋକମାନେ ବହୁତ ଅସୁବିଧାରେ ଯିବା ଆସିବା କରୁଥିଲେ

• ଆଜି ମୁଖ୍ୟମନ୍ତ୍ରୀ ଏ ଅଞ୍ଚଳର ବହୁ ପରିବର୍ତ୍ତନ ଘଟାଇଛନ୍ତି

• ନବୀନ ବାବୁ ଆପଣଙ୍କୁ ତାଙ୍କ ହୃଦୟରେ ରଖିଛନ୍ତି, ଅନ୍ୟମାନେ ଆପଣଙ୍କୁ ଭୋଟ ପାଇଁ ରଖିଛନ୍ତି

• ନବୀନ ବାବୁ ଆପଣଙ୍କ ଭାଷା, କଳା, ସଂସ୍କୃତି, ପୂଜାସ୍ଥଳୀ, ଦେବସ୍ଥଳୀ ଓ ଜାଗିରାର ଉନ୍ନତି ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି

• ଆଦିବାସୀ ଭାଇଭଉଣୀମାନେ କୋର୍ଟକଚେରୀ ଆସି ହେଉଥିବା ହଇରାଣରୁ ମୁକ୍ତ କରିବା ପାଇଁ ସେମାନଙ୍କ ଉପରୁ ୫୦ ହଜାରରୁ ଅଧିକ ପୋଲିସ୍‍, ଅବକାରୀ ଓ ଜଙ୍ଗଲ କେଶ୍‍ ରଦ୍ଦ କରିଛନ୍ତି

• ସାରା ଭାରତବର୍ଷରେ ଓଡ଼ିଶାରେ ଅଧିକ ଆଦିବାସୀ ଝିଅ ହଷ୍ଟେଲରେ ରହି ପାଠ ପଢ଼ୁଛନ୍ତି

• ଅନ୍ୟରାଜ୍ୟମାନଙ୍କରେ ଟ୍ରାଇବାଲ ବଜେଟ କମି କମି ଯାଉଛି, ନବୀନ ବାବୁ ଓଡ଼ିଶାରେ ପ୍ରତିବର୍ଷ ଏହାକୁ ବଢ଼ାଉଛନ୍ତି

• ନବୀନ ବାବୁ ଆପଣଙ୍କ ସହିତ ସବୁଦିନ ଅଛନ୍ତି

• ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରେ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ

• ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଦସ୍ତଖତରେ ଓଡ଼ିଶାର ୯୦ ପ୍ରତିଶତ ବିଜୁଳି ବିଲ୍‍ ଛାଡ଼୍‍ ହେବ

• ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ ଏବଂ

• ତୃତୀୟ ଦସ୍ତଖତରେ ମିଶନଶକ୍ତି ମା ଓ ସଦସ୍ୟାମାନଙ୍କୁ ୬୦ ବର୍ଷ ପରେ ପେନ୍‍ସନ୍‍ ବ୍ୟବସ୍ଥା

• ବିଜୁଳି ବିଲ୍‍ ଛାଡ଼ ହେଲେ ଆପଣମାନେ ଖୁସି ହେବେ ତ ?

• ଆମ ମୁଖ୍ୟମନ୍ତ୍ରୀ କଥା କମ୍‍ କହନ୍ତି କାମ ବେଶୀ କରନ୍ତି

• ବିରୋଧୀ ବିଜେପି ନେତାମାନେ ଆସି ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି

• ସେମାନେ କହୁଛନ୍ତି ବିଜୁଳି ମାଗଣା ଦେବେ

• ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ, ତା’ପରେ ସୋଲାର ପ୍ୟାନେଲ ମାଧ୍ୟମରେ ଆପଣମାନେ ସୂର୍ଯ୍ୟକିରଣରୁ ବିଜୁଳି ପାଇବେ, ଏହା ହେଉଛି ବିରୋଧୀ ଦଳର ମାଗଣା ବିଜୁଳି, ଦିନରେ ଲଣ୍ଠନ ଦେଖାଉଛନ୍ତି

• କରଞ୍ଜିଆ ନିର୍ବାଚନ ମଣ୍ଡଳୀରେ ଘରେ ଘରେ ପିଇବା ପାଣି, ଦେବକୁଣ୍ଡର ଉନ୍ନତି, ଅନେକ ରାସ୍ତା ଓ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ଯୋଗାଇ ଦେଇଛନ୍ତି, ଜଳସେଚନର ସୁବିଧା ପାଇଁ ୧୨୩୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି, ଠାକୁରମୁଣ୍ଡା, କରଞ୍ଜିଆ ଓ ଶରତର ଶହ ଶହ ମନ୍ଦିରର ଉନ୍ନତି କରାଯାଇଛି

• ପ୍ରତ୍ୟେକ ଗୋଟିଏ ଗୋଟିଏ ଭୋଟ ଆପଣଙ୍କ ଉନ୍ନତି, ଆପଣଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ

କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀର ଚମ୍ପୁଆ ବିଧାନସଭା କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

• ଆଉ ଯଦି କିଏ ସାଂସଦ ହୁଅନ୍ତି, ସେ ଅଧିକ ରାଜନୀତି କରି ଯାହା ବି କାମ ଚାଲିଛି ସବୁଥିରେ ମୁଣ୍ଡ ପୁରାଇବେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବିଜେପି ଦଳ ବିରୋଧ କରି ହାଇକୋର୍ଟ, ସୁପ୍ରିମ କୋର୍ଟ ପର୍ଯ୍ୟନ୍ତ ଯାଇଥିଲା, କିନ୍ତୁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ସେମାନେ ବିଫଳ ହେଲେ ଏବଂ ଆମ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ସଫଳ ହେଲେ

• ଅନ୍ୟ ରାଜ୍ୟମାନେ ଟ୍ରାଇବାଲ ବଜେଟ କମାଇ କମାଇ ଚାଲିଛନ୍ତି, କିନ୍ତୁ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଟ୍ରାଇବାଲ ବଜେଟକୁ ସବୁବେଳେ ବଢ଼ାଇ ବଢ଼ାଇ ଚାଲିଛନ୍ତି

• ମୁଖ୍ୟମନ୍ତ୍ରୀ ଜନଜାତି ଭାଇଭଉଣୀମାନଙ୍କୁ ତାଙ୍କ ହୃଦୟର ସବୁଠାରୁ ଭଲ ସ୍ଥାନରେ ସମ୍ମାନର ସହ ରଖିଛନ୍ତି, ସେମାନଙ୍କ କଳା, ସଂସ୍କୃତି ଓ ପୂଜାସ୍ଥଳୀର ବିକାଶ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି

• ଅନ୍ୟ କୌଣସି ରାଜ୍ୟ ଏଭଳି କି ବିଜେପି ଶାସିତ ରାଜ୍ୟମାନେ ମଧ୍ୟ ଏହା କରିନାହାନ୍ତି

• ଲକ୍ଷ ଲକ୍ଷ ଜନଜାତି ସମ୍ପ୍ରଦାୟର ଝିଅମାନଙ୍କ ପାଠପଢ଼ା ସୁବିଧା ପାଇଁ ହଷ୍ଟେଲ ଖୋଲିଛନ୍ତି

• ଜଙ୍ଗଲ ଉପରେ ନିର୍ଭରଶୀଳ ଜନଜାତି ସମ୍ପ୍ରଦାୟଙ୍କ ଜଙ୍ଗଲଜାତ ଦ୍ରବ୍ୟକୁ ଉଚିତ ମୁଲ୍ୟରେ କିଣିବା ପାଇଁ ଲାଭ ଯୋଜନା ଆରମ୍ଭ କରିଛନ୍ତି

• ଜନଜାତି ସମ୍ପ୍ରଦାୟଙ୍କ ଉପରୁ ୫୦ ହଜାର ଛୋଟ, ବଡ଼ ପୋଲିସ୍‍ କେଶ ରଦ୍ଦ କରିଛନ୍ତି

• ମିଶନଶକ୍ତି ହେଉଛି ମୁଖ୍ୟମନ୍ତ୍ରୀଙ୍କ ଶକ୍ତି

• କୌଣସି ରାଜ୍ୟ ସରକାର ମା’ମାନଙ୍କ ଯିବାଆସିବା ଭଡ଼ା ୫ ଟଙ୍କା କରିନାହାନ୍ତି, ଆମ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସରେ ୫ ଟଙ୍କାରେ ଏହି ସୁବିଧା ଦେଉଛନ୍ତି

• ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରେ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସାରା ଓଡ଼ିଶା କହୁଛି

• ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଦସ୍ତଖତରେ ଓଡ଼ିଶାର ୯୦ ପ୍ରତିଶତ ବିଜୁଳି ବିଲ୍‍ ଛାଡ଼୍‍ ହେବ

• ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ ଏବଂ

• ତୃତୀୟ ଦସ୍ତଖତରେ ମିଶନଶକ୍ତି ମା ଓ ସଦସ୍ୟାମାନଙ୍କୁ ୬୦ ବର୍ଷ ପରେ ପେନ୍‍ସନ୍‍ ବ୍ୟବସ୍ଥା

• କେନ୍ଦୁଝରରେ ମେଡିକାଲ କଲେଜ, ଯୋଡ଼ା ଫ୍ଲାଇଓଭର ସହିତ ୧୨ ହଜାର ୬୦ କୋଟି ଟଙ୍କା ବିନିଯୋଗରେ ଘରେ ଘରେ ପିଇବା ପାଣି ସୁବିଧା କରାଯାଇଛି

• ଏତେ ଭଲ କାମରେ ଦେଖି ବିରୋଧି ଦଳଙ୍କ ନିଦ ଭାଙ୍ଗିଗଲାଣି, ଏବେ ଲାଗିଛନ୍ତି ମିଛ କଥା କହି ଅପପ୍ରଚାର କରିବା ପାଇଁ

• ୫୦ ହଜାର ଭୋଟ ବ୍ୟବଧାନରେ ଜିତାଇବା ପାଇଁ ପ୍ରତିଶ୍ରୁତି ଦେଲେ ଜନସାଧାରଣ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking