27.1 C
Bhubaneswar
Thursday, June 27, 2024
Homeଓଡିଶାବର୍ଷ ସହ ବିଜୁଳି, ଘଡ଼ଘଡ଼ି ନେଇ ଆଲର୍ଟ ଜାରି

ବର୍ଷ ସହ ବିଜୁଳି, ଘଡ଼ଘଡ଼ି ନେଇ ଆଲର୍ଟ ଜାରି

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ରଜ ଉତ୍ସବ ଆରମ୍ଭ ଏପରି ସ୍ଥଳେ ଆଜି ରାଜ୍ୟର ୨୦ଟି ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଜି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ମାଲକାନାଗିରି,ନୂଆପଡ଼ା, ନୂଆପଡ଼ାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ।ସେପଟେ ନୟାଗଡ଼ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ,କେନ୍ଦୁଝର, କେନ୍ଦ୍ରାପଡ଼ା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୧୫ ତାରିଖ ଠାରୁ ପାଗରେ ପରିବର୍ତ୍ତନ ହେବା ନେଇ ସୂଚନା ଦେଇଛି ବିଭାଗ। ଗ୍ରୀଷ୍ମ ପ୍ରବାହ ସାମାନ୍ୟ କମିବା ସହ କାଳବୈଶାଖୀ ହେବ। ୧୬ ତାରିଖରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୭ ତାରିଖଠାରୁ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ। ସେପଟେ ମୌସୁମୀ ସମ୍ପୂର୍ଣ୍ଣ ଭାବେ ଓଡ଼ିଶାକୁ ପହଞ୍ଚି ପାରି ନଥିବା କହିଛି ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking