32.1 C
Bhubaneswar
Saturday, September 28, 2024
Homeଓଡିଶାଆଜି ରୁକ୍ମିଣୀ ହରଣ ଏକାଦଶୀ: ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ

ଆଜି ରୁକ୍ମିଣୀ ହରଣ ଏକାଦଶୀ: ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ

ପୁରୀ : ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଏହି ଦିନକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହୋଇଥାଏ । ଆଜି ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ରୁକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ । ଦେବଦମ୍ପତ୍ତିଙ୍କ ଏହି ବିବାହ ପାଇଁ ସମସ୍ତ ପ୍ରସ୍ତୁତି କରାଯାଉଛି । ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ । ତେଣୁ ଏହି ପରମ୍ପରା ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ। ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ। ମହାପ୍ରଭୁଙ୍କ ମାନବୀୟ ଲୀଳା ମଧ୍ୟରୁ ରୁକ୍ମିଣୀ ହରଣ ଏକାଦଶୀ ଅନ୍ୟତମ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ। ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ମଧ୍ୟ ଅନୁଷ୍ଠିତ ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking