32.1 C
Bhubaneswar
Saturday, September 28, 2024
Homeଓଡିଶାସୁରମା ପାଢୀ ବାଚସ୍ପତି ପ୍ରାର୍ଥୀ

ସୁରମା ପାଢୀ ବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର : ଆସନ୍ତାକାଲି ବାଚସ୍ପତି ନିର୍ବାଚନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ଓ ବିଜେପିର ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା ପାଢୀ । ଆଜି ବାଚସ୍ପତି ପ୍ରାର୍ଥୀ ପାଇଁ ବିଜେପିର ବିଧାୟକ ଦଳ ବୈଠକ ବସିଥିଲା । କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ ଦୀର୍ଘସମୟ ଧରି ମାନସମନ୍ଥନ ଚାଲିଥିଲା । ଏହି ବୈଠକରେ ସର୍ବସମ୍ମତି କ୍ରମେ ସୁରମା ପାଢୀଙ୍କ ନାଁରେ ମୋହର ବାଜିଛି । ବିଧାୟକ ଦଳ ବୈଠକ ପରେ ସୁରମା ପାଢୀଙ୍କ ନାଁ ଘୋଷଣା ହୋଇଛି । ସୂଚନାଯୋଗ୍ୟ ଯେ, ରଣପୁରରୁ ବିଧାୟିକା ଥିବା ସୁରମା ପାଢୀ ଏହାପୂର୍ବରୁ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ବିଧାନସଭା କେମିତି ପରିଚାଳନା ହୁଏ ସେନେଇ ସୁରମାଙ୍କର ଯଥେଷ୍ଟ ଅନୁଭବ ରହିଛି । ବରିଷ୍ଠତା ଓ ଅନୁଭବ ଦୃଷ୍ଟିରୁ ସୁରମାଙ୍କୁ ବାଚସ୍ପତି ପ୍ରାର୍ଥୀ କରିଛି ବିଜେପି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking