25.1 C
Bhubaneswar
Wednesday, February 11, 2026
Homeଓଡିଶାପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ୧୭ତମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ

ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ୧୭ତମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ

ଯାଜପୁର : ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉତ୍ତର ପ୍ରଦେଶର ବାରାଣାସୀରେ ପିଏମ୍ କିଷାନ ସମ୍ମାନ ନିଧି ୧୭ତମ କିସ୍ତି ଅଧୀନରେ ଦେଶର ୯ କୋଟି ୨୬ ଲକ୍ଷ ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କା ହସ୍ତାନ୍ତର ଓ ପାରା ସଂପ୍ରସାରଣ କର୍ମୀ ରୂପେ କୃଷି ସଖୀଙ୍କୁ ପ୍ରମାଣପତ୍ର ଆଭାସୀରେ ପ୍ରଦାନ କରିଚ୍ଥନ୍ତି । ଅନୁରୂପ ଭାବେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବରଗଡରୁ ଯୋଗଦାନ କରିଥିବା ବେଳେ ଯାଜପୁର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାପାଳ ନିଖିଲ ପୱନ କଲ୍ୟାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କୃଷକ ସଶକ୍ତିକରଣ ଯୋଜନାରେ ସମବାୟ, ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯାଜପୁର ଜିଲ୍ଲା ପାଇଁ ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ୧୭ତମ କିସ୍ତି ବାବଦକୁ ୧ ଲକ୍ଷ ୩୪ ହଜାର ୫୯୧ ଜଣ ହିତାଧିକାରୀଙ୍କୁ ୨୬ କୋଟି ୯୧ ଲକ୍ଷ ୮୨ ହଜାର ଅର୍ଥ ରାଶି ହସ୍ତାନ୍ତର କରି ଭାରତ ସରକାର ଓ ରାଜ୍ୟ ସରକାର ମିଳିତ ଭାବେ କୃଷକଙ୍କ ବିକାଶ ପାଇଁ ସଂକଳ୍ପବଦ୍ଧ ବୋଲି କହିଥିଲେ । ଏହି ସଭାରେ ସମ୍ମାନିତ ଅତିଥି ଭାବେ ଯାଜପୁର ବିଧାୟିକା ସୁଜାତା ସାହୁ, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ରାଜସ୍ୱ ବିଭାଗ ର ଅତିରିକ୍ତ ଜିଲ୍ଲାପାଳ ଶୁଭେନ୍ଦ୍ର କୁମାର ସାମଲ, ଜିଲ୍ଲା ମୁଖ୍ୟ ଊନ୍ନୟନ ଅଧିକାରୀ ଅଶୋକ କୁମାର ବେହୁରିଆ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁରେନ୍ଦ୍ର ନାଥ ସ୍ୱାଇଁ ଉପସ୍ଥିତ ଥିଲେ। ଏହି ଅବସରରେ ପିଏମ୍ କିଷାନ ଯୋଜନା ର ହିତାଧିକାରୀମାନେ ଯୋଗ ଦେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking