21.1 C
Bhubaneswar
Wednesday, February 4, 2026
Homeଦେଶ ବିଦେଶବିଷାକ୍ତ ମଦ ପିଇ ୨୫ ମୃତ୍ୟୁ

ବିଷାକ୍ତ ମଦ ପିଇ ୨୫ ମୃତ୍ୟୁ

ନୂଆଦିଲ୍ଲୀ : ବିଷାକ୍ତ ମଦ ପିଇ ୨୫ ମୃତ୍ୟୁ ହୋଇଛି । ଏଥିଯୋଗୁ ୬୦ରୁ ଅଧିକ ଲୋକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାମିଲନାଡ଼ୁର କଲ୍ଲାକୁରିଚି ଜିଲ୍ଲାରେ ଘଟିଛି ଏପରି ସାଂଘାତିକ ଘଟଣା। । ଏହି ଘଟଣାକୁ ନେଇ ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ବେଆଇନ ଭାବେ ମଦ ବିକ୍ରି କରୁଥିବା କେ. କନ୍ନୁକୁଟ୍ଟିଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ ।ତାଙ୍କ ନିକଟରୁ ୨ଶହ ଲିଟର ମଦ ଜବତ ହୋଇଥିବା ବେଳେ ତାହାକୁ ପରୀକ୍ଷା ନିମନ୍ତେ ଲ୍ୟାବ୍‌କୁ ପଠାଯାଇଥିଲା। ଏହାପରେ ସେଥିରେ ବିଷାକ୍ତ ମିଥାଇଲ ନାମକ ପଦାର୍ଥ ଥିବା ଜଣାଯାଇଛି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ନିଜ କର୍ତ୍ତ୍ୟବରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିଜ ସୋଶାଲ ମିଡିଆ ଆକାଉଣ୍ଟରେ ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking