30.1 C
Bhubaneswar
Thursday, February 12, 2026
Homeଓଡିଶାସ୍ନାନବେଦୀରେ ଚତୁର୍ଦ୍ଧା ମୂରତି

ସ୍ନାନବେଦୀରେ ଚତୁର୍ଦ୍ଧା ମୂରତି

ପୁରୀ: ସ୍ନାନ ବେଦୀରେ ବିରାଜିଛନ୍ତି ଚତୁର୍ଦ୍ଧା ମୂରତି । ରତ୍ନ ବେଦୀ ଛାଡ଼ି ସ୍ନାନମଣ୍ଡପକୁ ଆସିଛନ୍ତି କାଳିଆ ଠାକୁର । ଆଜି ଭୋର୍ ୫ଟାରୁ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ବଡଭାଇଙ୍କ ପଛେ ପଛେ ଭଉଣୀ ସୁଭଦ୍ରା ଓ କାଳିଆ ସାଆନ୍ତ ଆସିଥିଲେ। ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ। ଆଜି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। କୋଟି କୋଟି ଭକ୍ତ ଦୁର୍ଲଭ ହାତୀବେଶକୁ ଅତି ନିକଟରୁ ଦର୍ଶନ କରିବେ। ନିର୍ଘଣ୍ଟ ନୀତି ଅନୁଯାୟୀ, ଶନିବାର ଭୋର୍‌ ସାଢ଼େ ୪ଟାରେ ମଙ୍ଗଳାର୍ପଣ ପରେ ୫ଟାରୁ ୭ଟା ଭିତରେ ଡୋର ଲାଗି ଓ ପୁଷ୍ପାଞ୍ଜଳି ହୋଇ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ପ୍ରଥମେ ପ୍ରଭୁ ସୁଦର୍ଶନ, ପରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନବେଦିକୁ ବିଜେ କରିବେ। ପହଣ୍ଡି ଶେଷ ପରେ ପୂର୍ବାହ୍ନ ୯ଟା ୧୦ରେ ମଙ୍ଗଳଆଳତି ହେବ। ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୩ଟାରେ ଗଜପତି ମହାରାଜା ଛେରା ପହଁରା କରିବାପରେ ଅପରାହ୍ନ ୩ଟା ୪୦ରେ ଗଜବେଶ ଆରମ୍ଭ ହେବ। ରାତି ସାଢ଼େ ୭ଟାରୁ ଭକ୍ତଙ୍କ ସାହାଣମେଲା ଦର୍ଶନ ଆରମ୍ଭ ହେବ। ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ। ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ। ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ। ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking