ଭୁବନେଶ୍ୱର : ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ । ଜାରି ରହିଛି ବର୍ଷା । ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅନ୍ୟ ୨୫ ଜିଲ୍ଲାକୁ ଘଡଘଡି ସହ ବର୍ଷା ନେଇ ୟୋଲୋ ର୍ଣ୍ଣିଂ ଜାରି କରାଯାଇଛି । ୨୬ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ଘଡଘଡି ସହ ହାଲୁକା ବର୍ଷା । ୨୬ରୁ ବର୍ଷା ପରିମାଣ ବଢିବା ନେଇ ପାଣିପାଗ ବିଭାଗର ଆକଳନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସହ ୩୦-୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ତେବେ ଆଜି ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ସେହିଭଳି ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।