28.1 C
Bhubaneswar
Sunday, September 29, 2024
Homeଓଡିଶା୨୬ରୁ ବଢିବ ବର୍ଷା

୨୬ରୁ ବଢିବ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଛି । ଏନେଇ ଅଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୨୦ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ଅର୍ଥାତ ବୁଧବାର ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସୂଚନା ଅନୁସାରେ,ଆସନ୍ତା ଦୁଇ ଦିନ ରବିବାର ଓ ସୋମବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।୨୫ରୁ ବର୍ଷା ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି । ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ । ୨୫ ଓ ୨୬ ତାରିଖରେ ଭାରୀ ବର୍ଷା ହୋଇପାରେ । ୨୫ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ାରେ ବର୍ଷା ହୋଇପାରେ । ୨୬ରେ ଗଜପତି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking