28.1 C
Bhubaneswar
Sunday, September 29, 2024
Homeଖେଳଟି୨୦ ବିଶ୍ୱକପ ; ବାଂଲାଦେଶକୁ ହରାଇ ଜିତିଲା ଭାରତ

ଟି୨୦ ବିଶ୍ୱକପ ; ବାଂଲାଦେଶକୁ ହରାଇ ଜିତିଲା ଭାରତ

ଆଣ୍ଟିଗୁଆ : ବାଂଲାଦେଶକୁ ହରାଇ ଜିତିଲା ଭାରତ । ଟି୨୦ ବିଶ୍ୱକପର ସୁପର୍‌-୮ରେ ଭାରତର ବିଜୟ । ବାଂଲାଦେଶ ବିପକ୍ଷ ମ୍ୟାଚ୍‌କୁ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ତେବେ ଜବାବରେ ବାଂଲାଦେଶ ୨୦ ଓଭରରେ ୮ ଉଇକେଟ ହରାଇ ୧୪୬ ରନ୍‌ କରିଥିଲା। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ରୋହିତ ଶର୍ମା(୨୩) ଓ ବିରାଟ କୋହଲି(୩୭) ପ୍ରଥମ ଉଇକେଟରେ ୩୯ ରନ୍‌ ଯୋଡିଥିଲେ । ୩ ନମ୍ବରରେ ବ୍ୟାଟିଂ କରିଥିବା ରିଷଭ ପନ୍ତ ୩୬ ରନ୍‌ କରିଥିଲେ । ଶିବମ ଦୁବେ କ୍ରିଜ୍‌ରେ ଯୋଗ ଦେଇ ୨୪ ବଲ୍‌ରୁ ୩୪ ରନ୍‌ କରି ଆଉଟ ହୋଇଥିଲେ । ବାଂଲାଦେଶ ପକ୍ଷରୁ ଅଧିନାୟକ ନଜମୁଲ ହୋସେନ ଶନ୍ତୋ ୪୦, ତାଞ୍ଜିଦ ହସନ ୨୯ ଓ ରିଶଦ ହୋସେନ ୨୪ ରନ୍‌ କରିଥିଲେ । ଗୋଟିଏ ପଟରୁ ଯଶପ୍ରୀତ୍‌ ବୁମ୍‌ରା କଞ୍ଜୁସ ବୋଲିଯ କରୁଥିବା ବେଳେ କୁଲଦୀପ ଯାଦବଙ୍କ ସ୍ପିନ ଯାଦୁ ଦେଖିବାକୁ ମିଳିଥିଲା। ମାତ୍ର ୧୯ ରନ୍‌ ଦେଇ କୁଲଦୀପ ୩ ବାଂଲାଦେଶୀ ବ୍ୟାଟରଙ୍କୁ ସେ ଆଉଟ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଯଶପ୍ରୀତ ବୁମ୍‌ରା ଓ ଅର୍ଶଦୀପ ସିଂ ଦୁଇଟି ଲେଖାଏ, ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଉଇକେଟ ନେଇଥିଲେ । ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ହାର୍ଦ୍ଦିକଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking