22.1 C
Bhubaneswar
Saturday, March 21, 2026
Homeଓଡିଶା୨୬ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

୨୬ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ରାଜ୍ୟରେ ୨୬ ତାରିଖରୁ ବଢ଼ିବ ବର୍ଷା। ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି। ମିଳିଥିବା ସୂଚନା ମୁତାବକ, ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଯାହାର ପ୍ରଭାବରେ ୨୬ରୁ ବଢ଼ିବ ବର୍ଷା। ତେବେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି । ପାଣିପାଗ ବିଭାଗର ସୂଚନା ମୁତାବକ, ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବ । ତେବେ ୨୬ ରୁ ୨୮ କିତେକ ସ୍ଥାନରେ ପ୍ରବଳ ବର୍ଷା ହେବ । ଉପକୂଳ, ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିପାରେ । ତେବେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଥିବା ବେଳେ ୨୪ ଟି ଜିଲ୍ଲା ରେ ବହୁତ କମ୍ ବର୍ଷା ହୋଇଛି । ସୋମବାର ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ତୁଳନାରେ ୪୧% କମ୍ ବର୍ଷା ହୋଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking