28.1 C
Bhubaneswar
Saturday, September 28, 2024
Homeଓଡିଶାବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ସେଥିପାଇଁ ଆଗାମୀ ୪୮ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଯଦିଓ ୨୬ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ, ତେବେ ୨୭ ଓ ୨୮ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି । ୨୬ ତାରିଖ ସକାଳ ସାଢେ ୮ଟାରୁ ୨୭ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ ବୋଲି ସୂଚନା ଦିଆଯିବା ସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ ବୋଲି ସୂଚନା ମଧ୍ୟ ଦିଆଯାଇଛି । ସେଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୭ ତାରିଖ ସକାଳ ସାଢେ ୮ଟାରୁ ୨୮ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି । ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷାର ସମ୍ଭାବନା ରହିଛି । ତେଣୁ ବିଭାଗ ପକ୍ଷରୁ ଏହିସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୮ ତାରିଖ ସକାଳ ସାଢେ ୮ଟାରୁ ୨୯ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ । ଏପରିକି ୧୨ରୁ ୨୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking