24.9 C
Bhubaneswar
Tuesday, April 7, 2026
Homeଓଡିଶାଆସନ୍ତା ୫ ଦିନ ପ୍ରବଳ ବର୍ଷା

ଆସନ୍ତା ୫ ଦିନ ପ୍ରବଳ ବର୍ଷା

ଭୁବନେଶ଼୍ବର : ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଫଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି । ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । ସୂଚନା ଥାଉକି, ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ସହ ଅଧିକାଂଶ ଜିଲାରେ ସକ୍ରିୟ ହୋଇଛି। ଫଳରେ ସେସବୁ ଅଞ୍ଚଳରେ ବର୍ଷା ଲାଗି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୩୧.୨ ମି.ମି. ବର୍ଷା ହୋଇଥିବା ବେଳେ ବାରିପଦାରେ ୧୫.୨, ରାୟଗଡ଼ା ୧୨.୬, ହୀରାକୁଦ ୧୨.୨, ଦାରିଙ୍ଗବାଡ଼ି ୧୨, ଫୁଲବାଣୀ ୬.୮, ସୋନପୁର ୬.୪ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୬ ତାରିଖରେ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ୨୭ ତାରିଖରେ କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୫ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ବର୍ଷା ହେବାକୁ ଥିବାବେଳେ ୨୬ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲାକୁ ସତର୍କ ସୂଚନା ଦିଆଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking