17.1 C
Bhubaneswar
Friday, February 13, 2026
Homeଓଡିଶାଆହୁରି ୨ ଦିନ ପ୍ରବଳ ଛେଚିବ

ଆହୁରି ୨ ଦିନ ପ୍ରବଳ ଛେଚିବ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୯ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ଆଜି ପ୍ରବଳ ବର୍ଷା ନେଇ ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି ଏବଂ କୋରାପୁଟକୁ ସତର୍କତା ଜାରି କରାଯାଇଛି ।ସେହିଭଳି ଆସନ୍ତାକାଲି ପ୍ରବଳରୁ  ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର ଏବଂ ନୂଆପଡାକୁ ସତର୍କତା ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୯ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିଲେ ମଧ୍ୟ ତାହା ଆହୁରି ଅଧିକ ଘନୀଭୁତ ହେବ କି ନାହିଁ ତାହା ଆକଳନ କରାଯାଇନି । ଅନ୍ୟପଟେ ରାଜ୍ୟରେ ଜୁନ୍ ୧ ତାରିଖରୁ ଆଜି ପର୍ୟ୍ୟନ୍ତ ସ୍ବାଭାବିକ ଠାରୁ ୪୨ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୫ଟି ଜିଲ୍ଲା ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ପୁରୀ ଏବଂ ବଲାଙ୍ଗିରରେ ଉତ୍କଟ ସ୍ଥିତି ରହିଛି। ତେବେ ୨୯ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ହେବାକୁ ଥିବା ବର୍ଷା ନିଅଣ୍ଟିଆ ଭରଣା କରିବା ଅସମ୍ଭବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking