21.1 C
Bhubaneswar
Wednesday, February 11, 2026
Homeଓଡିଶାସଡକ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

ସଡକ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

ବାଲେଶ୍ୱର : ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ପଡିଲା ବାଇକ। ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ବୁଡିଆଂ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ରୁପ୍ସା ଥାନା ଅନ୍ତର୍ଗତ ଆଙ୍କୋ ଅଞ୍ଚଳର ଦୁଇ ଜଣ ଯୁବକ ପଞ୍ଚୁପାଲି ଗ୍ରାମରୁ ଭୋଜି ଖାଇ ବାଇକରେ ଘରକୁ ଫେରୁଥିଲେ। ହଠାତ ସେହି ସମୟରେ ବୁଡିଆଂ ଛକ ନିକଟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ପଡିଥିଲା। ଫଳରେ ବାଇକର ପଛ ସିଟରେ ବସିଥିବା ଯୁବକ ଜଣକଙ୍କ ମୁଣ୍ତରେ ଗଭୀର ଆଘାତ ଲାଗିବା ଫଳରେ ପ୍ରବଳ ରକ୍ତସ୍ରାବ ହୋଇ ଘଟଣା ସ୍ଥଳରେ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ତେଣୁ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା କରାଯାଇଛି। ତେବେ ସ୍ଥାନୀୟ ଲୋକେ ପହଞ୍ଚି ଏହି ଦୁର୍ଘଟଣା ବାବଦରେ ସିଂଲା ପୋଲିସକୁ ଖବର ଦେଇଥିଲେ। ଖବର ପାଇବା ପରେ ସିଂଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇବା ସହ ଘଟଣାର ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking