20.1 C
Bhubaneswar
Friday, December 26, 2025
Homeଦେଶ ବିଦେଶଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

 ନୂଆଦିଲ୍ଲୀ : ଶନିବାର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ୪ ଦିନିଆ ଗସ୍ତରେ ଦିଲ୍ଲୀ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ଆଜି ପ୍ରଥମେ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହାପରେ ବୈଦେଶିକ ମନ୍ତ୍ରୀ ସୁବ୍ରମଣ୍ୟମ୍‌ ଜୟଶଙ୍କରଙ୍କୁ ଭେଟିଥିଲେ। ଶେଷରେ ଜେପି ନଡ୍ଡାଙ୍କୁ ଭେଟିଥିଲେ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସଡକ ପରିବହନ ମନ୍ତ୍ରୀ ନୀତୀନ ଗଡକରୀଙ୍କୁ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଭେଟିଛନ୍ତି। ଏହା ପୂର୍ବରୁ ସେମାନେ ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ମଧ୍ୟ ଭେଟିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking