28.1 C
Bhubaneswar
Thursday, March 5, 2026
Homeଓଡିଶାମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ମନୋଜ ଆହୁଜା

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ବର: ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ବ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଓଡ଼ିଶାରେ ଜଣେ ଉପଜିଲ୍ଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ।

ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିସନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ହରିୟାଣାରେ ଜନ୍ମିତ ମନୋଜ ଆହୁଜାଙ୍କର ସ୍ୱଚ୍ଛତା ଓ ସାଧୁତା ପାଇଁ ସେ ବେଶ୍ ସୁପରିଚିତ। ୨୦୧୭ ମସିହାରେ ଡେପୁଟେସନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ। ଲାଲ୍ ବାହାଦୂର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ଏକାଡେମୀର ସ୍ୱତନ୍ତ୍ର ନିର୍ଦ୍ଦେଶକ ଭାବେ ତାଙ୍କର କାର୍ଯ୍ୟକାଳ ଆଜି ବି ଅନେକଙ୍କ ମନରେ ସ୍ମରଣୀୟ ହୋଇ ରହିଛି। ସିବିଏସ୍ଇ ଅଧ୍ୟକ୍ଷ ଭାବେ ସେ ଶିକ୍ଷା କ୍ଷେତ୍ରରେ ସ୍ୱଳ୍ପ ସମୟରେ ଅନେକ ସଂସ୍କାର ଆଣିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking