31.1 C
Bhubaneswar
Tuesday, February 24, 2026
Homeଦେଶ ବିଦେଶଆଜିଠୁ ଲାଗୁ ହୋଇଛି ନୂଆ ଭାରତୀୟ ନ୍ୟାୟ ସଂହିତା

ଆଜିଠୁ ଲାଗୁ ହୋଇଛି ନୂଆ ଭାରତୀୟ ନ୍ୟାୟ ସଂହିତା

ନୂଆଦିଲ୍ଲୀ: ଆଜିଠୁ ସାରା ଦେଶରେ ଲାଗୁ ହୋଇଛି ନୂଆ ଭାରତୀୟ ନ୍ୟାୟ ସଂହିତା। ଏଥିସହିତ ଉଚ୍ଛେଦ ହୋଇଛି ୧୮୬୦ ମସିହାରୁ ଚାଲିଆସୁଥିବା ବ୍ରିଟିଶ ନିୟମ। ଫଳରେ ପ୍ରାୟ ଦେଢ଼ ଶହ ବର୍ଷ ଧରି ସମଗ୍ର ଦେଶରେ ଲାଗୁ ହୋଇ ଆସୁଥିବା ଇଂରେଜ ଅମଳର ଏହି ପୁଲିସ ଆଇନ ଆଜି ଇତିହାସ ପାଲଟି ଯାଇଛି । ଭାରତୀୟ ନ୍ୟାୟ ସଂହିତାରେ ପ୍ରଥମ ଏଫ୍‌ଆଇଆର୍‌ ଆଜି ସକାଳେ ଦିଲ୍ଲୀରେ ରୁଜୁ ହୋଇଛି। ଦିଲ୍ଲୀ କମଳା ମାର୍କେଟ ଥାନାରେ ଜଣେ ଭେଣ୍ଡର ବିରୋଧରେ ମାମଲା ହୋଇଛି। ଏକ ଫୁଟ୍‌ ଓଭର ବ୍ରିଜ ଅବରୋଧ ଅଭିଯୋଗରେ ଏହି ମାମଲା ରୁଜୁ ହୋଇଛି।ନୂଆ ନିୟମ ଅନୁସାରେ ଦେଶରୁ ହଟିବ ‘କ୍ରିମିନାଲ୍ ପ୍ରୋସିଜିଓର କୋଡ୍’, ଇଣ୍ଡିଆନ୍ ପେନାଲ୍ କୋଡ୍ ଏବଂ ଏଭିଡ଼େନ୍ସ ଆକ୍ଟ। ଇଣ୍ଡିଆନ୍ ପେନାଲ୍ କୋଡ୍ ’ ପରିବର୍ତ୍ତେ ଆସିବ ‘ଭାରତୀୟ ନ୍ୟାୟ ସଂହିତା’,। ‘କ୍ରିମିନାଲ୍ ପ୍ରୋସିଜିଓର କୋଡ୍’ ପରିବର୍ତ୍ତେ ଆସିବ ‘ଭାରତୀୟ ନାଗରିକ ସୁରକ୍ଷା ସଂହିତା’ ଏବଂ ‘ଇଣ୍ଡିଆନ୍ ଏଭିଡେନ୍ସ୍ ଆକ୍ଟ’ ପରିବର୍ତ୍ତେ ଆସିବ ‘ଭାରତୀୟ ସାକ୍ଷ୍ୟ ଅଧିନିୟମ’। ନୂଆ ଆଇନରେ ଏକ ଆଧୁନିକ ନ୍ୟାୟ ବ୍ୟବସ୍ଥା ଅଣାଯିବ, ଯେଉଁଥିରେ ଜିରୋ ଏଫ୍‌ଆଇଆର୍‌, ପୁଲିସ ଅଭିଯୋଗର ଅନଲାଇନ ପଞ୍ଜୀକରଣ, ଏସ୍‌ଏମ୍‌ଏସ୍‌ ଭଳି ବୈଦ୍ୟୁତିକ ମାଧ୍ୟମରେ ସମନ ଏବଂ ସମସ୍ତ ଜଘନ୍ୟ ଅପରାଧ ପାଇଁ ଆପରାଧିକ ଦୃଶ୍ୟର ବାଧ୍ୟତାମୂଳକ ଭିଡିଓଗ୍ରାଫି ଭଳି ବ୍ୟବସ୍ଥା ଅନ୍ତର୍ଭୁକ୍ତ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking