34.4 C
Bhubaneswar
Tuesday, June 23, 2026
Homeଓଡିଶାନଦୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ନଦୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

କେନ୍ଦୁଝର : ନଦୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ । କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ତି ଅନ୍ତର୍ଗତ ସାରୁପାଟ ଗ୍ରାମରେ ଘଟିଛି ଏଭଳି ଘଟଣା । ମୃତକ ଜଣକ ହେଉଛନ୍ତି ସେହି ଗ୍ରାମର କୌଳାସ ନାଏକଙ୍କ ପୁଅ ଶାନ୍ତନୁ ନାଏକ । ସେହି ଗ୍ରାମ ନିକଟରେ ଥିବା ବୁଢି ନଦୀକୁ ଗାଧେଇବା ପାଇଁ ଯାଇଥିବା ସମୟରେ ନଦୀର ଗଭୀର ପାଣିରେ ବୁଡି ଯାଇଥିଲେ । ତାଙ୍କୁ ଉଦ୍ଧାର କରାଯାଇ କେନ୍ଦୁଝର ଚିକିତ୍ସାଳୟକୁ ନିଆଯାଇଥିଲେ ମଧ୍ୟ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତ୍ରିନାଥ ନାଏକ କେନ୍ଦୁଝର ଯାଇ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଛନ୍ତି। ଏନେଇ ଘଟଗାଁ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking