ପୁରୀ : ଆସନ୍ତା ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ୨ ଦିନ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜୁଲାଇ ୭ ଓ ୮କୁ ଛୁଟି ଘୋଷଣା । ଏବର୍ଷ ରଥଯାତ୍ରା ୨ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବାରୁ ଛୁଟି ଘୋଷଣା କରାଯାଇଛି । ପୁରୀରେ ସମୀକ୍ଷା ବୈଠକରେ ଘୋଷଣା କଲେ ମୁଖ୍ୟମନ୍ତ୍ରା । ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ।