ଭୁବନେଶ୍ୱର : ରାଜ୍ୟରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ପଦକ୍ଷେପ ଗ୍ରହଣ କରିଛି ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟର ସବୁ ହସ୍ପିଟାଲ ଏବଂ ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରହିବ ସିଟି ସ୍କାନ। ଏମଆରଆଇ ଓ ଡାଇଲିସିସ୍ ସୁବିଧା ମଧ୍ୟ ଉପଲବ୍ଧ ହେବ। ଏପରିକି ସରକାରୀ- ବେସରକାରୀ ପିପିପି ମୋଡ୍ରେ ସମସ୍ତ ବ୍ୟବସ୍ଥା ଉପଲବ୍ଧ ହେବ। ଏଥିରେ ନିୟୋଜିତ ହେବାକୁ ଥିବା ଡାକ୍ତର ଓ ବିଶେଷଜ୍ଞଙ୍କ ପ୍ରମାଣପତ୍ରର ଯାଞ୍ଚ ନେଇ ମଧ୍ୟ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏପରିକି ସମୟ ସମୟରେ ମନିଟରିଂ ମଧ୍ୟ କରାଯିବ। ଏହି ସଂସ୍ଥାଗୁଡ଼ିକ ଚୁକ୍ତିନାମାରେ ଯୋଗ୍ୟତା ଅନୁଯାୟୀ ଡାକ୍ତର ଓ ବିଶେଷଜ୍ଞମାନଙ୍କୁ ନିୟୋଜିତ କରାଯିବ। ଏକ ସପ୍ତାହ ମଧ୍ୟରେ ସମ୍ପୃକ୍ତ ସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକର ପରିଚୟପତ୍ରର ଯାଞ୍ଚ କରି ବିଭାଗକୁ ପଠାଇବା ପାଇଁ ରାଜ୍ୟର ସମସ୍ତ ମୁଖ୍ୟ ଅଧିକାରୀ, ଜନସ୍ୱାସ୍ଥ୍ୟ ଅଧିକାରୀ ଓ ନିର୍ଦ୍ଦେଶକଙ୍କୁ ନିର୍ଦେଶ ଦିଆଯାଇଛି।










