16.1 C
Bhubaneswar
Saturday, December 27, 2025
Homeଓଡିଶାରଥଯାତ୍ରାର ତୃଟିଶୁନ୍ୟ ପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ

ରଥଯାତ୍ରାର ତୃଟିଶୁନ୍ୟ ପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଟାଉନ ହଲଠାରେ ରଥଯାତ୍ରା ରାଜ୍ୟସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥଯାତ୍ରାର ସୁପରିଚାଳନା ପାଇଁ ସମସ୍ତ ସେବାୟତଗଣ, ପ୍ରଶାସନ, ବିଭିନ୍ନ ସାମାଜିକ ସଂଗଠନ ଓ ସ୍ଥାନୀୟ ଲୋକମାନଙ୍କର ସହଯୋଗ କାମନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁ ଜଗନ୍ନାଥଙ୍କ ମୂଳ ସେବକ ହେଉଛନ୍ତି ଆଦିବାସୀ। ଜଣେ ଆଦିବାସୀ ଭାବେ ମୁଁ ନିଜକୁ ଜଗନ୍ନାଥଙ୍କ ନିକଟରେ ସମ୍ପୂର୍ଣ୍ଣ ଭାବେ ସମର୍ପିତ କରିଛି। ସେ ପୁଣି କହିଲେ ଯେ ଜଗନ୍ନାଥ ହେଉଛନ୍ତି ଓଡିଆ ଜାତିର ପରିଚୟ ତାଙ୍କ ରଥଯାତ୍ରା ସାରା ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଓ ଆଧ୍ୟାତ୍ମିକ ପର୍ବ। ଏହାର ସୁପରିଚାଳନା ଆମ ସମସ୍ତଙ୍କ ଦାୟିତ୍ୱ। ତେଣୁ ସମସ୍ତେ ଦାୟିତ୍ୱବାନ ହୋଇ ଏହାକୁ ଅତ୍ୟନ୍ତ ନିଷ୍ଠା ସହକାରେ ସୂଚାରୁରୂପେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ। ଯେହେତୁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିବେ ।ସମସ୍ତଙ୍କ ମିଳିତ ସହଯୋଗରେ ରଥଯାତ୍ରା ସୁରୁଖୁରରେ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ, ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ, ମହାପ୍ରଭୁଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ତ୍ରୁଟିଶୂନ୍ୟ ଭାବେ ପରିଚାଳନା କରି ସଫଳ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ। ଏ ବର୍ଷ ଏକ ବିରଳ ରଥଯାତ୍ରା । ଏହି ଅବସରରେ ନୂଆ ସରକାର ଦାୟିତ୍ୱ ଗ୍ରହଣ କରିଥିବାରୁ ସେ ଖୁସି ପ୍ରକାଶ କରି କହିଥିଲେ ଯେ ଏ ବର୍ଷ ଦୁଇ ଦିନ ଧରି ରଥଟଣା କାର୍ଯ୍ୟକ୍ରମ ଥିବାରୁ ରଥଯାତ୍ରା ପରଦିନ ମଧ୍ୟ ଛୁଟି ରହିବ। ତେଣୁ ଜୁଲାଇ ୭ ତାରିଖ ସହିତ ଜୁଲାଇ ୮ ତାରିଖ ମଧ୍ୟ ଛୁଟି ଘୋଷଣା କରାଗଲା। ଏହି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଅନ୍ୟ ମନ୍ତ୍ରୀ ଗଣ, ବିଧାୟକଗଣ, ମୁଖ୍ୟ ଶାସନ ସଚିବ, ବରିଷ୍ଠ ଅଧିକାରୀ, ମହାପ୍ରଭୁଙ୍କ ସେବାୟତଗଣ ପ୍ରମୁଖ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking