27.1 C
Bhubaneswar
Thursday, March 26, 2026
Homeଓଡିଶାପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ।

ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ। ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking