31.1 C
Bhubaneswar
Friday, February 13, 2026
Homeଓଡିଶାଜଷ୍ଟିସ ବିଶ୍ୱନାଥ ରଥ ରତ୍ନଭଣ୍ଡାର କମିଟିର ମୁଖ୍ୟ

ଜଷ୍ଟିସ ବିଶ୍ୱନାଥ ରଥ ରତ୍ନଭଣ୍ଡାର କମିଟିର ମୁଖ୍ୟ

ଭୁବନେଶ୍ୱର: ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ ନୂଆ କମିଟିର ମୁଖ୍ୟ  । ୬ ତାରିଖରେ ଏହି ନୂଆ କମିଟିବୈଠକ କରି ରତ୍ନଭଣ୍ଡାର କେବେ ଖୋଲାଯିବ ଓ ରତ୍ନଭଣ୍ଡାର ଖୋଲାଯିବା ନେଇ ରୂପରେଖ କଣ ରହିବ ସେ ନେଇ ନିଷ୍ପତ୍ତି ନେବ । ପୁରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ଅଫିସରେ ଏହି ବୈଠକ ହେବ । ଆଉ ମରାମତି, ଗଣତି ଓ ମଣତି ନେଇ ନିଷ୍ପତି ନିଆଯିବ । କେଉଁ କେଉଁ ପ୍ରକ୍ରିୟାରେ ଏହା ହେବ ସେ ନେଇ ନିଷ୍ପତ୍ତି ନେବ କମିଟି । ଆଉ ଏହାପରେ ସରକାର ରତ୍ନଭଣ୍ଡାର ଖୋଲିବା ନେଇ ସ୍ପଷ୍ଟ ଚିତ୍ର ଦେବେ ।ଆଇନ ବିଭାଗ ପକ୍ଷରୁ  ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରର ଅଳଙ୍କାର ଗଣନାର ତଦାରଖ ପାଇଁ ୨୦୨୪ ମାର୍ଚ୍ଚ ୨ତାରିଖରେ ଗଠିତ ଉଚ୍ଚସ୍ତରୀୟ କମିଟିକୁ ରାଜ୍ୟ ସରକାର ଭାଙ୍ଗି ଦେଇଛନ୍ତି । ଏହି କମିଟି ପରିବର୍ତ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ନିଷ୍ପତ୍ତି ନିଆଯାଇଛି । ଏହି କମିଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ହେବାକୁ ଥିବା ରତ୍ନଭଣ୍ଡାରର ଗଣନା ଆଦିର ତଦାରଖ କରିବେ । ନୂଆ କମିଟିରେ ସଦସ୍ୟ ଭାବେ ଡାକ୍ତର ସିବିକେ ମହାନ୍ତି, ଚାଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍ ପ୍ରକାଶ ମିଶ୍ର, ସ୍ୱାମୀ ପ୍ରଜ୍ଞାନନ୍ଦ ଜୀ, ହରିହର ହୋତା, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଗଜପତି ମହାରାଜାଙ୍କ ପ୍ରତିନିଧି, ପ୍ରତ୍ନତତ୍ତ୍ୱ ବିଭାଗର ପ୍ରତିନିଧି, ମଧୁସୂଦନ ସିଂଘାରୀ, ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥଦାସ ମହାପାତ୍ର, ସୌମେନ୍ଦ୍ର ମୁଦୁଲି, ପୁରୀ ଜିଲ୍ଲାପାଳ ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କୁ ସାମିଲ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking