24.4 C
Bhubaneswar
Thursday, May 14, 2026
Homeଓଡିଶାଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟି

ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟି

ଭୁବନେଶ୍ୱର: ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ। ନୂତନ ଭାବରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ଠାରେ ଅନୁଷ୍ଠିତ ହେବ। ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ୍ ସଦସ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରିବେ। କେଉଁ ଦିନ ଏବଂ କିଭଳି ଭାବରେ ରତ୍ନ ଭଣ୍ଡାର ଖୋଲିବ ତାର ମୋଡାଲିଟି ପ୍ରସ୍ତୁତ କରାଯିବ । ଯଦି ରଥଯାତ୍ରା ସମୟରେ ଖୋଲାଯାଏ, ତେବେ କିଭଳି ପ୍ରକ୍ରିୟା ରହିବ ତା ଉପରେ ସବିଶେଷ ଆଲୋଚନା କରାଯିବ। ଏତେ କମ୍ ଦିନରେ ଗଣତି ମଣତି ଓ ମରାମତି କରାଯିବା ଅସମ୍ଭବ। ତେଣୁ ସେ ସମୟରେ ନୀତି କାନ୍ତି କିଭଳି ସମନ୍ୱୟ ରଖି କରାଯିବ ଏବଂ ଗଣତି ମଣତି କରାଯିବ ତା ଉପରେ ବିସ୍ତୃତ ଭାବରେ ଆଲୋଚନା ହେବ। ବିଜେଡି ସରକାର ଅମଳରେ ରତ୍ନ ଭଣ୍ଡାର ଯାଞ୍ଚ ନିମନ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା। ମାତ୍ର ନୂତନ ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ହେବାକୁ ଥିବା ରତ୍ନଭଣ୍ଡାରର ଗଣନା ଆଦିର ତଦାରଖ କରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking