30.1 C
Bhubaneswar
Tuesday, February 10, 2026
Homeଓଡିଶାପ୍ରବଳ ବର୍ଷିବ ; ଏହିସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ପ୍ରବଳ ବର୍ଷିବ ; ଏହିସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର : ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୩ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଜୁଲାଇ ୭ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏସବୁ ସ୍ଥାନରେ ୟେଲୋ ଆଲର୍ଟ ଜାରି କରିଛି ବିଭାଗ। କାଲିଠୁ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୩ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଜୁଲାଇ ୭ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏସବୁ ସ୍ଥାନରେ ୟେଲୋ ଆଲର୍ଟ ଜାରି କରିଛି ବିଭାଗ। ଜୁଲାଇ ୮ରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ରାୟଗଡା, ନବରଙ୍ଗପୁର, କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି। ସେହିପରି ରବିବାର ଦିନ ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେ‌ଲୋ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ସେହିପରି ଜୁଲାଇ ୮ରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking