31.1 C
Bhubaneswar
Friday, February 13, 2026
Homeଓଡିଶାଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ପୁରୀ: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ ଏକାଉଣ୍ଟରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ଆଜି ଦେଶ ତଥା ବିଶ୍ଵର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking