28.1 C
Bhubaneswar
Sunday, October 6, 2024
Homeଓଡିଶାଏହି ସବୁ ଜିଲ୍ଲାରେ ଆଜି ହେବ ପ୍ରବଳ ବର୍ଷା

ଏହି ସବୁ ଜିଲ୍ଲାରେ ଆଜି ହେବ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ଥିବାରୁ ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୦ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ୨ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ସୂଚନା ଅନୁଯାୟୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡ଼ା, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିପରି ୮ ତାରିଖ ବେଳକୁ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି କେନ୍ଦ୍ର ଆକଳନ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking