29.1 C
Bhubaneswar
Saturday, October 5, 2024
Homeଓଡିଶାନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି ଆରମ୍ଭ

ନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି ଆରମ୍ଭ

ପୁରୀ : ଆଜି ମହାପ୍ରଭୁଙ୍କର ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା । ଘୋଷଯାତ୍ରା ପାଇଁ ନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି ଆରମ୍ଭ ହୋଇଛି । ନଅଦିନ ପାଇଁ ଭାଇ, ଭଉଣୀକୁ ସାଙ୍ଗରେ ନେଇ ଜନ୍ମବେଦୀକୁ ଯିବେ କୋଟି ଓଡ଼ିଆଙ୍କ ମଉଡ଼ମଣି । ସେଥିପାଇଁ ଆରମ୍ଭ ହୋଇ ପହଣ୍ଡି ଯାତ୍ରା । ଏହି ସମୟରେ ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ । ଧାଡ଼ି ପହଣ୍ଡିରେ ପ୍ରଥମେ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା । ପହଣ୍ଡି ପରେ ଶ୍ରୀ ସୁଦର୍ଶନ ଦର୍ପଦଳନ ରଥରେ ବିରାଜମାନ କରିଛନ୍ତି । ବଡ଼ଦାଣ୍ଡ ଆଉ ଶ୍ରୀକ୍ଷେତ୍ରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ , ଭକ୍ତି ଭାବର ପରିବେଶ ।  ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ପରେ ବଡ଼ଭାଇ ବଳଭଦ୍ରଙ୍କ ପହଣ୍ଡି ଯାତ୍ରା ଆରମ୍ଭ ହୋଇଛି । ତାପରେ ଦେବୀ ସୁଭଦ୍ରା ଓ ମହାପ୍ରଭୁଙ୍କର  ପହଣ୍ଡି ଯାତ୍ରା ଆରମ୍ଭ ହେବ । ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧା ମୂରତି ତିନି ରଥରେ ବିରାଜମାନ କରି ସାରିଲାପରେ ସମସ୍ତ ନୀତିକାନ୍ତି ଆରମ୍ଭ ହେବ  । ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ପୋଲିସ ପ୍ରଶାସନର ଅସମ୍ଭବ ସୁରକ୍ଷା ବ୍ୟବସ୍ଥା । କାରଣ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ବହୁ ହେଭିୱେଟ ସାମିଲ ହେବେ ଘୋଷଯାତ୍ରାରେ । ସୁରକ୍ଷାକର୍ମୀଙ୍କ ସହ ସିସିଟିଭି ବଳୟରେ ସାରା ଶ୍ରୀକ୍ଷେତ୍ର । ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବାବେଳେ ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ଦାଣ୍ଡକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ତାସହ ଅତ୍ୟାଧୁନିକ ଜ୍ଞାନ କୌଶଳ, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ସହାୟତା ନିଆଯାଇଛି। ୩ ଠାକୁରଙ୍କ ୩ କର୍ଡନ ଦାୟିତ୍ବରେ ରହିବେ ୩ କମ୍ପାନୀ ରାପିଡ଼ ଆକ୍ସନ ଫୋର୍ସ, ୨ କମ୍ପାନୀ ସିଆରପିଏଫ ଓ ୮ କଂପାନୀ ଏସଓଜି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking