21.1 C
Bhubaneswar
Thursday, December 18, 2025
Homeଓଡିଶାପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ : ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ଘୋଷଯାତ୍ରାର ଅବ୍ୟବହିତ ପୂର୍ବରୁ ଶନିବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ରଥଖଳାକୁ ଆଜ୍ଞାମାଳ ବିଜେ ହୋଇଥିଲା। ୩ ଜଣ ପୂଜାପଣ୍ଡା ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଆଣିଥିଲେ। ଏହାପରେ ଘଣ୍ଟ ଛତା କାହାଳୀ ସହ ପୂଜାପଣ୍ଡା ସାମନ୍ତ ରଥଖଳାକୁ ଆଜ୍ଞାମାଳା ବିଜେ କରିଥିଲେ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ରଥରେ, ଦ୍ୱିତୀୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ଶେଷରେ ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରାଯାଇଥିଲା। ଏହାପରେ ଭୋଇ ସେବକମାନେ ରଥରେ ଦଉଡି଼ ସଂଯୋଗ କରିଥିଲେ। ବିଜେ କାହାଳୀ ଦିଆଯିବା ପରେ ପରମ୍ପରା ଅନୁଯାୟୀ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଟଣାଯାଇଥିଲା। ପରେ ଦେବଦଳନ ରଥ ଏବଂ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯାଇଥିଲା। ସିଂହଦ୍ୱାର ସମ୍ମୁଖରେ ଲାଗିବା ପରେ ତିନି ରଥକୁ ପୋଲିସ ପକ୍ଷରୁ ଲୁହା ବ୍ୟାରିକେଡ୍‌ ଦ୍ୱାରା ଆବଦ୍ଧ କରାଯାଇଥିଲା। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ପୋଲିସ ପ୍ରଶାସନର ଅସମ୍ଭବ ସୁରକ୍ଷା ବ୍ୟବସ୍ଥା । କାରଣ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ବହୁ ହେଭିୱେଟ ସାମିଲ ହେବେ ଘୋଷଯାତ୍ରାରେ । ସୁରକ୍ଷାକର୍ମୀଙ୍କ ସହ ସିସିଟିଭି ବଳୟରେ ସାରା ଶ୍ରୀକ୍ଷେତ୍ର । ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବାବେଳେ ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ଦାଣ୍ଡକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ତାସହ ଅତ୍ୟାଧୁନିକ ଜ୍ଞାନ କୌଶଳ, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ସହାୟତା ନିଆଯାଇଛି। ୩ ଠାକୁରଙ୍କ ୩ କର୍ଡନ ଦାୟିତ୍ବରେ ରହିବେ ୩ କମ୍ପାନୀ ରାପିଡ଼ ଆକ୍ସନ ଫୋର୍ସ, ୨ କମ୍ପାନୀ ସିଆରପିଏଫ ଓ ୮ କଂପାନୀ ଏସଓଜି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking